ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୦୭୩ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୧ ମୃତ

ନୂଆଦିଲ୍ଲୀ,୨୭/୦୬: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲିଠାରୁ ବୃଢ଼ହି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୦୭୩ କରୋନା ଜନିତ ନୂତନ ସଂକ୍ରମଣ ଓ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭,୦୭୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୪୦୭,୦୪୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୦୨୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୨୦୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୮୭୬,୦୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୪୪୨୦।