ଭୁବନେଶ୍ୱର ପରେ ଏବେ କଟକରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୨/୦୭: ଭୁବନେଶ୍ୱର ପରେ କଟକରେ ମାସ୍କ ବାଧ୍ୟତାମୂଳକ ହୋଇଛି । କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କଲା ସିଏମ୍‌ସି । କୋଭିଡ଼ ସଂକ୍ରମଣ ବଢ଼ିବାରୁ ପ୍ରଶାସନ କଟକଣା କଡ଼ା କରିଛି । କଟକରେ ରହୁଥିବା ଲୋକଙ୍କ ସମେତ କଟକକୁ ଆସୁଥିବା ଲୋକ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି । ସୂଚନାଯୋଗ୍ୟ ଯେ ରାଜ୍ୟରେ ଏବେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏବେ ୨୦୦ ଉପରେ କରୋନା ସଂକ୍ରମଣ ରହିଛି।