ରାଜ୍ୟରେ କୋଭିଡ଼ ସ୍ଥିତି ନେଇ କଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ?

ଭୁବନେଶ୍ୱର, ୧୮/୧: ରାଜ୍ୟରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ବର୍ତ୍ତମାନ ରାଜ୍ୟରେ କିଛିଦିନ ହେବ ୧୦ରୁ ୧୧ହଜାର ଭିତରେ ଦୈନିକ ସଂକ୍ରମଣ ରହୁଛି।ଏହି କୋଭିଡ଼ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ାକ୍ତର ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ ରହିଛି। ଜେନେରାଲ ବେଡ଼ ୯ପ୍ରତିଶତ, ଆଇସିୟୁ ବେଡ଼ ୧୫ ପ୍ରତିଶତ,ଭେଣ୍ଟିଲେଟର ୫ରୁ ୬ ପ୍ରତିଶତ ଥିବା ବେଳେ ପେଡ଼୍ରିଆଟିକ ଆଡମିସନ ବହୁତ କମ ରହିଛି। ଏହି ଲହରରେ ହସ୍ପିଟାଲ ଆଡମିସନ ଓ ଅକ୍ସିଜେନ ଆବଶ୍ୟକତା କମ ରହିଛି।