ମହାପ୍ରଭୁଙ୍କ ଦର୍ଶନ କଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୭/୨: ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ନବନିଯୁକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ବର୍ତ୍ତତମାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସ୍ଥାନ ନେବେ । ସୁରେଶ ମହାପାତ୍ର ଆସନ୍ତାକାଲି ଅବସର ଗ୍ରହଣ କରିବାକୁ ଯାଉଛନ୍ତି । ଏହାପରେ ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ କୁମାର ଜେନା । ୧୯୮୯ ବ୍ୟାଚର ଏହି ଭାରତୀୟ ପ୍ରଶାସନିକ ଅଧିକାରୀ ଏବେ ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର ଓ ସ୍ୱତନ୍ତ୍ର ରିଲିଫ କମିସନର ଅଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।