୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ୱର, ୨୨/୧୧: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ । ପରବର୍ତ୍ତୀ ୨୪ ଘଣ୍ଟାରେ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ଆଶଙ୍କା ରହିଛି । ଏହାସହ ନଭେମ୍ବର ୨୪ରେ ପୁଡୁଚେରୀ ଉପକୂଳ ଦେଇ ଏହା ଗତି କରିବ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ।  ୨୫ରୁ ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।