ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୨/୫: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ସଫଳତାର ସହ ମୁକାବିଲ କରିବାକୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭାଗୀୟ ଅଧିକାରୀଙ୍କ ସହ ବୈଠକ କରି।ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଛନ୍ତି, ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରୁହ । ନିଜ ନିଜ ଭିତରେ ସମନ୍ୱୟ ରକ୍ଷା କରି ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରୁହ । ଏଥିସହ ଓଡିଆରଏଫ୍, ଏନ୍ଡିଆରଏଫ୍ ସହ ଜରୁରୀକାଳୀନ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଆସନ୍ତା ୬ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତୀ ୪୮ ଘଂଟାରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯିବା ପରେ, ବାତ୍ୟା ଆଶଙ୍କା ବଢ଼ିବାରେ ଲାଗିଛି ।