ଭୁବନେଶ୍ୱର, ୪/୫: ଅତି ଭୀଷଣ ବାତ୍ୟାର ରୂପ ନେଇପାରେ ସମ୍ଭାବ୍ୟ ବାତ୍ୟା । ବଙ୍ଗୋପସାଗରରେ ବାତ୍ୟା ନେଇ ବଢିଲା ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୭ରେ ସୃଷ୍ଟି ବେବ ଲଘୁଚାପ । ୮ତାରିଖରେ ଅବପାତର ରୂପ ନେବ । କ୍ରମେ ଏହା ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି । ୯ତାରିଖରେ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ । କ୍ରମଶଃ ଏହା ଅତି ଭୀଷଣ ବାତ୍ୟା ପର୍ଯ୍ୟନ୍ତ ଯାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି ।