ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୨୯/୧୧: ଉତର ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଆଡ଼କୁ ଗତି କରୁଛି । ଏବେ ଉତର ଆଣ୍ଡାମାନ ସାଗରରେ ରହିଛି । ଏହା ଧୀରେଧୀରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଂଚଳରେ ୩୦ ତାରିଖ ଆଡ଼କୁ ଏକ ଅବପାତର ରୂପ ନେବ । ଏହାପରେ ଏହା ଉତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣପଶ୍ଚିମ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ନଥିଲେ ମଧ୍ୟ ଓଡ଼ିଶା ଉପକୂଳସ୍ଥ ସମୁଦ୍ର ଅଶାନ୍ତ ରହିବ । ତେଣୁ ଡିସେମ୍ବର ୧ ତାରିଖ ଦିନ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳର ଗଭୀର ସମୁଦ୍ର ଅଂଚଳକୁ ମତ୍ସ୍ୟଜୀବୀଙ୍କୁ ପ୍ରବେଶ ପାଇଁ ବାରଣ କରାଯାଇଛି । ଏଥିସହ ସମୁଦ୍ର ମଧ୍ୟରେ ଥିବା ମତ୍ସଜୀବୀମାନଙ୍କୁ ୧ ତାରିଖ ସୁଦ୍ଧା ଉପକୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି ।