ଉତ୍ତର ଓଡ଼ିଶାରେ ଲ୍ୟାଣ୍ଡଫଲ କରିପାରେ ସମ୍ଭାବ୍ୟ ବାତ୍ୟା ଦାନା

ଭୁବନେଶ୍ୱର,୨୧/୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଉତ୍ତର ଓଡ଼ିଶାରେ ହିଟ୍‌ କରିପାରେ। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।ଆଇଏମଡିର ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଉପକୂଳ ଛୁଇଁବା ସମୟରେ ପବନର ବେଗ ୧୦୦ରୁ ୧୨୦ ଭିତରେ ରହିବ। ଏହା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩, ୨୪, ୨୫ ତାରିଖ ୩ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ଓ ଏଥିସହ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ଫେରିଆସିବାକୁ ଚେତାବନୀ ଜାରି ଜାରି ଯାଇଛି।

 

Leave a Reply

Your email address will not be published. Required fields are marked *