ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ବାତ୍ୟା ପଙ୍ଗୋଲ

ଭୁବନେଶ୍ୱର,୨୭/୧୧: ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ବାତ୍ୟା ପଙ୍ଗୋଲ । ଗଭୀର ଅବପାତର ରୂପରେ ୬ ଘଣ୍ଟା ହେଲା ୮ କିଲୋମିଟର ବେଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ଭିତରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିପାରେ । ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୨୦ କିଲୋମିଟର ଦୂରରେ ରହିଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।