ଆସିଲା ବାତ୍ୟାର ଗତିପଥ, ଜାଣନ୍ତୁ ଓଡ଼ିଶାରେ ପଡିବ କି ନାହିଁ ପ୍ରଭାବ

ଭୁବନେଶ୍ୱର,୨୩/୦୫: ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଇପାରେ ସୃଷ୍ଟି ହୋଇଥିବା ଲଘୁଚାପ। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେଇପାରେ ।୨୫ସୁଦ୍ଧା ବାତ୍ୟା ଓ ୨୬ରେ ଭୀଷଣ ବାତ୍ୟାରେ ପରିଣତ ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏଥିପାଇଁ ଆସନ୍ତା ୨୭ ତାରିଖ ଯାଏଁ କେନ୍ଦ୍ରୀୟ ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ତେବେ ବାତ୍ୟାରେ ଓଡିଶାକୁ ସିଧାସଳଖ ପ୍ରଭାବ ନାହିଁ । ୨୩, ୨୪ ଓ ୨୫ ତାରିଖରେ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ତାରିଖରେ ଉତର ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତର ଓଡିଶାରେ ବର୍ଷା ହେବ । ବାଲେଶ୍ୱର, ମୟୁରଭଂଜରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ ।