ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍‌ କରିପାରେ ବାତ୍ୟା ଦାନା

ଭୁବନେଶ୍ୱର,୨୩/୧୦: ବାତ୍ୟା ‘ଦାନା’କୁ ନେଇ ଆସିଲା ବଡ଼ ସୂଚନା । ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍‌ କରିପାରେ ବାତ୍ୟା । ବାତ୍ୟା ‘ଦାନା’ ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ରହିଛି । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ବାତ୍ୟା ଦାନା । ଆସନ୍ତାକାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି। ଏହାପରେ ଅଧିକ ଘନୀଭୂତ ହେବ ସାମୁଦ୍ରିକ ଝଡ। ଆସନ୍ତାକାଲି ଏହା ଉତ୍ତର ପଶ୍ଚିମ ବଙ୍ଗୋପସାରରେ ଭୀଷଣ ବାତ୍ୟା ରୂପ ନେବ। ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ।

Leave a Reply

Your email address will not be published. Required fields are marked *