ଓଡ଼ିଶାରେ ଡାକୋଟା

ଭୁବନେଶ୍ବର: ବିଜୁ ବାବୁଙ୍କ ଅତିପ୍ରିୟ ବିମାନ ‘ଡାକୋଟା’ ଓଡ଼ିଶାରେ ପହଞ୍ଚିଛି। ୩ଟି ବଡ଼ ଟ୍ରଲରରେ ଲଦା ହୋଇ ଏହି ବିମାନକୁ ଅଣାଯାଉଛି। କୋଲକାତା ବିମାନ ବନ୍ଦରରୁ ଭୁବନେଶ୍ବର ଅଣାଯିବା ପ୍ରକ୍ରିୟା ଗତକାଲିଠାରୁ ଆରମ୍ଭ ହୋଇଥିଲା।ତେବେ ସ୍ଥାନେ ସ୍ଥାନେ ଏହି ବିମାନ ଦେଖିବାକୁ ଲୋକଙ୍କ ଭିଡ ଲାଗିଥିଲା । ଏରୋସ୍ପେସ୍ ରିସର୍ଚ୍ଚ ଡେଭଲପମେଣ୍ଟର ୧୦ଜଣିଆ ଟିମ୍ ୧୨ଦିନ ଧରି ଡାକୋଟାର ବିଭିନ୍ନ ଯନ୍ତ୍ରାଂଶ ଖୋଲିବା ପରେ ଏହାକୁ କାଠ ବାକ୍ସରେ ପ୍ୟାକିଂ କରାଯାଇଥିଲା ।  ବଡ଼ ଟ୍ରଲର ଯୋଗୁଁ ଟ୍ରାଫିକ୍ ସମସ୍ୟା ହେବନି ସେଥିପାଇଁ କୋଲକତାରୁ ସ୍ବତନ୍ତ୍ର ପାଟ୍ରୋଲିଂ ଭ୍ୟାନ୍ ଜରିଆରେ ଏହାକୁ ଭୁବନେଶ୍ବର ବିମାନବନ୍ଦରକୁ ଅଣାଯିବ। ଏଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର ଜିଲ୍ଲା ପୁଲିସ ସମେତ କମିସନରେଟ୍ ପୁଲିସକୁ ବ୍ୟାପକ ବ୍ୟବସ୍ଥା କରିବାକୁ କୁହାଯାଇଛି।