ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨/୦୩: ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା । ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ସେ କହିଛନ୍ତି ଏହି ଖବର ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ହୋଇଛନ୍ତି ।