ଟ୍ୟାକ୍ସ ଫ୍ରି ହେଲା ଓଡିଆ ଫିଲ୍ମ ଦମନ

ଭୁବନେଶ୍ୱର,୧୮/୧୧: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ୟ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ଏଥିପାଇଁ ସରକାର, ଦର୍ଶକ ଓ ଗଣମାଧ୍ୟମକୁ ଧନ୍ୟବାଦ ଜଣାଇଛନ୍ତି ପ୍ରଯୋଜକ । ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ ରହିଛି ।ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।