ସାଂଘାତିକ ସ୍ଥିତି : ରାଜଧାନୀ ଭୁବନେଶ୍ବରରୁ ଆଜି ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪ /୪: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୬୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୭୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭୪୫ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୭ ଓ ସ୍ଥାନୀୟ ଅଞ୍ଚଳରୁ ୫୯୮ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୩୯୯ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୨୩୭କୁ ବୃଦ୍ଧି ପାଇଛି। ୩୪,୨୦୨ ଜଣ ସୁସ୍ଥ ହୋଇଥିବା ବେଳେ ୨୫୧ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୪୭୬୩ ଆକ୍ଟିିିଭ କେସ ରହିଛି।