ପ୍ରଧାନମନ୍ତ୍ରୀଙ୍କୁ ଅରବିନ୍ଦ କେଜ୍ରିୱାଲଙ୍କ ଚିଠି

ନୂଆଦିଲ୍ଲୀ,୨୮/୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ  ଅରବିନ୍ଦ କେଜ୍ରିୱାଲ ଭାରତୀୟ ମୁଦ୍ରାରେ ଲକ୍ଷ୍ମୀ ଓ ଗଣେଶଙ୍କ ଫଟୋ ରଖିବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି । ଏନେଇ କେଜ୍ରିୱାଲ ଟ୍ୱିଟର ମାଧ୍ୟମରେ ସୂଚନା ଦେଇଛନ୍ତି । ସେ ତାଙ୍କ ଟ୍ୱିଟରରେ ଲେଖିଛନ୍ତି ଯେ ‘ମୁଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଭାରତୀୟ ମୁଦ୍ରାରେ ମହାତ୍ମା ଗାନ୍ଧୀଙ୍କ ଫଟୋ ସହ ଲକ୍ଷ୍ମୀ ଓ ଗଣେଶଙ୍କ ଫଟୋ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରି ଚିଠି ଲେଖିଛି।

କେଜ୍ରିୱାଲ ପ୍ରଧାନମନ୍ତ୍ରୀଙ୍କୁ ପଠାଇଥିବା ଚିଠିରେ ଲେଖିଛନ୍ତି ଯେ,  ଦେଶର ଅର୍ଥ ବ୍ୟବସ୍ଥା ଅତ୍ୟନ୍ତ ଦୁର୍ବଳ ହୋଇପଡିଛି । ଏହାର ସୁଧାର ଆଣିବାକୁ ଭାରତୀୟମାନଙ୍କୁ କଠିନ ପରିଶ୍ରମ କରିବା ସହ ଭଗବାନଙ୍କର ଆର୍ଶିବାଦ ବି ଦରକାର । ଏଣୁ ମୁଦ୍ରାରେ ଲକ୍ଷ୍ମୀ ଓ ଗଣେଶଙ୍କ ଫଟୋ ରଖାଯାଉ ବୋଲି ସେ ତାଙ୍କ ଚିଠିରେ ଲେଖିଛନ୍ତି ।