ରାଜ୍ୟରେ ଘନ କୁହୁଡି ନେଇ ୧୯ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୦/୦୧: ରାଜ୍ୟରେ ଏବେ କିହୁଡ଼ି ଆସ୍ତରଣ ଦେଖା ଦେଇଛି।  ସକାଳୁ ସକାଳୁ ରାସ୍ତାଘାଟ ଦେଖାଯାଉନାହିଁ । ଆହୁରି ୩ ଦିନ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ତେଣୁ ଆଜି ଏବଂ ୨୧ ଓ ୨୨ ତାରିଖରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି ।ଆଜି ସକାଳ ୮ଟା ୩୦ ଯାଏଁ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, କଟକ, ଢେଙ୍କାନାଳ, ଅନୁଗୁଳ ପାଇଁ ଆଲର୍ଟ ଜାରି ହୋଇଛି । ତେବେ ଆସନ୍ତାକାଲି ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳକୁ ଆଲର୍ଟ ଜାରି ହୋଇଛି । ଘନକୁହୁଡ଼ିକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରିବହନ ଓ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏଥିସହ ଦୁର୍ଘଟଣା ଏଡ଼ାଇବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।