ଧାମନଗର ଉପନିର୍ବାଚନ: ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୪/୧୦: ଧାମନଗର ଉପନିର୍ବାଚନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ରାଜେନ୍ଦ୍ର ଦାସ। ଅତିରିକ୍ତ ଉପଜିଲ୍ଲାପାଳଙ୍କ ନିକଟରେ ସେ ନାମାଙ୍କନ ଭରିଛନ୍ତି। ପଦଯାତ୍ରାରେ ସମର୍ଥକଙ୍କ ସହ ଆସି ନାମାଙ୍କନ ଦାଖଲ କରିିଛନ୍ତି। ତାଙ୍କୁ ବିଜେଡିରୁ ଟିକେଟ ନମିଳିବାରୁ ସ୍ୱାଧୀନ ଭାବେ ନାମାଙ୍କନ ଦାଖଲ କରିଛନ୍ତି।

ଅନ୍ୟପଟେ ଧାମନଗର ଉପନିର୍ବାଚନ ପାଇଁ ଅବନ୍ତୀ ଦାସ ହୋଇଛନ୍ତି ବିଜେଡ଼ି ପ୍ରାର୍ଥୀ। ବାବା ହରେକୃଷ୍ଣ ସେଠୀ କଂଗ୍ରେସ ପ୍ରାର୍ଥୀ ହୋଇଥିବା ବେଳେ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ ୭ ତାରିଖଠାରୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ସେହିପରି ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ୬ରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ । ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏହି ଆସନ ଖାଲି ରହିଛି ।