ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୭/୧୦: ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଭଦ୍ରକ ଉପଜିଲ୍ଲପାଳଙ୍କ କାର୍ଯ୍ୟାଳୟରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ସେହିପରି ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ୬ରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ । ସୂଚନାଯୋଗ୍ୟ ଯେ ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏହି ଆସନ ଖାଲି ରହିଛି ।