ଆରପାରିରେ ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ

ଭୁବନେଶ୍ୱର,୯/୧୦: କଳାହାଣ୍ଡିର ଜଣାଶୁଣା ରାଜନେତା ଧନେଶ୍ୱର ମାଝୀଙ୍କର ଆଜି ସକାଳେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ନର୍ଲା ଓ କେସିଙ୍ଗାରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।  ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ଜଣାଯାଇଛି। ଏହାଛଡ଼ା ସେ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *