ଦୀପାବଳି ୨୦୨୪: ଦିଲ୍ଲୀରେ ବାଣର ଉତ୍ପାଦନ, ସଂରକ୍ଷଣ, ବିକ୍ରୟ ଏବଂ ବ୍ୟବହାରକୁ ଉପରେ ଲାଗିପାରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୯/୯: ଶୀତଋତୁରେ ଜାତୀୟ ରାଜଧାନୀ ଦିଲ୍ଲୀରେ ବୃଦ୍ଧି ହେଇଥାଏ ପ୍ରଦୂଷଣ। ଏହାକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଣ ଉତ୍ପାଦନ, ସଂରକ୍ଷଣ, ବିକ୍ରୟ ଏବଂ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏହି ନିଷେଧାଜ୍ଞା ୧ ଜାନୁଆରୀ ୨୦୨୫ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ପ୍ରତିବନ୍ଧକକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଦିଲ୍ଲୀ ପୁଲିସ, ଡିପିସିସି ଏବଂ ରାଜସ୍ୱ ବିଭାଗ ସହଯୋଗରେ ଏକ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରାଯିବ ବୋଲି ଗୋପାଳ ରାୟ କହିଛନ୍ତି।

ଗତ ବର୍ଷ ମଧ୍ୟ ସେପ୍ଟେମ୍ବର ମାସରେ ଦିଲ୍ଲୀ ସରକାର ବାଣବିକ୍ରି ଉପରେ ପ୍ରତିବନ୍ଧକ ଘୋଷଣା କରିଥିଲେ। ଶୀତଦିନେ ସମସ୍ତ ବାଣର ବିକ୍ରୟ ତଥା ଫୁଟାଇବା ଉପରେ ପ୍ରତିବନ୍ଧକ ଲଗାଯିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

Leave a Reply

Your email address will not be published. Required fields are marked *