ଦରକାର ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ନଆସିବାକୁ ପରାମର୍ଶ

ଭୁବନେଶ୍ୱର, ୧୪/୧: ରାଜ୍ୟରେ ଏବେ ପୁଣିଥରେ ଧୀରେ ଧୀରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ ହସ୍ପିଟାଲରେ ଅଧିକ ଗହଳି ହେଉଥିବାରୁ ସେଠାରେ ସଂକ୍ରମଣର ଅଧିକ ଆଶଙ୍କା ରହିଛି । ତେଣୁ ଦରକାର ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ନଆସିବାକୁ ପରାମର୍ଶ ଦେଇଛନ୍ତି । ଯେଉଁମାନଙ୍କ ସାଧାରଣ ରୋଗ ରହିଛି, ସେମାନଙ୍କ ଲାଗି ଟେଲିମେଡିସିନ ସେବା ଆରମ୍ଭ ହୋଇଛି । ହସ୍ପିଟାଲରେ ମାଇନର ସର୍ଜରୀ ନୁହେଁ, ଏବେ କେବଳ ଜରୁରୀକାଳୀନ ସର୍ଜରୀକୁ ପ୍ରାଥମିକତା ଦିଆଯିବ । ଯେଭଳି ରାଜ୍ୟରେ ସଂକ୍ରମଣ ନ ବଢ଼ିବ, ସେଥିଲାଗି ଏଭଳି କଟକଣା ଲଗାଯାଇଛି ବୋଲି ସେ କହିଛନ୍ତି ।