ଡ୍ରାଇଭର ଏକତା ମହାମଞ୍ଚର ଆନ୍ଦୋଳନ ସ୍ଥଗିତ, କିନ୍ତୁ ତିନି ମାସ ଭିତରେ ଦାବି ପୂରଣ ନହେଲେ ପୁଣି ଆନ୍ଦୋଳନ ଚେତାବନୀ

ଭୁବନେଶ୍ବର,୧୭/୩: ଗତ ତିନି ଦିନ ହେବ ରାଜ୍ୟବ୍ୟାପି ଆରମ୍ଭ ‌ହୋଇଥିବା ଡ୍ରାଇଭର ଏକତା ମହାମଞ୍ଚର ଆନ୍ଦୋଳନ ଶୁକ୍ରବାର ସ୍ଥଗିତ ରଖାଯାଇଛି। ପ୍ରଶାସନ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ମିଳିଲା ପରେ ଡ୍ରାଇଭରମାନେ ଆନ୍ଦୋଳନରୁ ଓହରିଛନ୍ତି। ଡ୍ରାଇଭର ମହାସଂଘର ରାଜ୍ୟ ସଭାପତି ପ୍ରଶାନ୍ତ ମେଣ୍ଡୁଲି ଭିଡିଓ ଜାରି କରି ଏହି ସୂଚନା ଦେଇଛନ୍ତି। ଆନ୍ଦୋଳନରୁ ଓହରିବା ପାଇଁ ସେ ଡ୍ରାଇଭରମାନଙ୍କୁ ଅନୁରୋଧ କରିଥିଲା ବେଳେ ତିନିମାସ ମଧ୍ୟରେ ଦାବି ପୂରା ନହେଲେ ଆଗାମୀ ଦିନରେ ଓଡ଼ିଶା ବଡ଼ଧରଣର ଆନ୍ଦୋଳନ ଦେଖିବ ‌ବୋଲି ଚେତାବନୀ ଦେଇଛନ୍ତି। ଏଥି ସହିତ ନବୀନ ନିବାସ ଆଗରେ ଡ୍ରାଇଭରମାନେ ଆତ୍ମହୁତି ଦେବେ ବୋଲି ଧମକ ଦେଇଛନ୍ତି।