ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧/୨: ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଓ ରାଜ୍ୟପାଳ କେତେକ ପୁସ୍ତକ ଉନ୍ମୋଚନ କରିଥିଲେ।ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦବୋଧନ ଦେଇ କହିଛନ୍ତି, ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି। ଚାଉଳ ଜୀବନର ଶସ୍ୟ ବୋଲି ସେ କହିଛନ୍ତି।