ମୟୂରଭଞ୍ଜରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୪/୫: ଜନ୍ମମାଟି ମୟୂରଭଞ୍ଜରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମୟୂରଭଞ୍ଜର ବାଦାମ ପାହାଡ ହେଲିପ୍ୟାଡରେ ପହଞ୍ଚିବା ପରେ ଗାଁ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ଦ୍ରୌପଦୀ ମୁର୍ମୁ । ମୟୂରଭଞ୍ଜର ବାଦାମ ପାହାଡ ହେଲିପ୍ୟାଡରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । ଅନ୍ୟପଟେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ ଗାଁ ମାଟିରେ ଜୋରଦାର ପ୍ରସ୍ତୁତି ସରିଛି ।ଜନ୍ମମାଟିରେ ପହଞ୍ଚିବା ପରେ ସ୍ୱାମୀ ସର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେଠାରୁ ଗୋଷାଣୀ ନୂଆଗାଁ ଗସ୍ତରେ ଯିବେ । ସେଠାରେ ନାବାର୍ଡ ଦ୍ୱାରା ତିଆରି ହେଉଥିବା ଏସ୍ଏଲ୍ଏସ୍ ଟ୍ରଷ୍ଟ ସ୍କୁଲ କମ୍ୟୁନିଟି ସେଂଟରର ଲୋକାର୍ପଣ କରିବେ ।