ଆସନ୍ତାକାଲି ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୨/୦୭: ଆସନ୍ତାକାଲି ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁରକ୍ଷାକୁ ନଜରରେ ରଖି କମିଶନରେଟ ପୋଲିସ ପକ୍ଷରୁ ୫୫ ପ୍ଲାଟୁନ୍ ପୁଲସି ଫୋର୍ସ ସହ ୩୦୦ ଅଫିସର ନିୟୋଜିତ ହେବେ । ମହାମହିମଙ୍କ ଗସ୍ତ ପୂର୍ବରୁ ଆଜି କଟକ, ଭୁବନେଶ୍ୱରରେ କାରକେଡ୍ ରିହର୍ସାଲ କରାଯାଇଛି । ବ୍ଲ୍ୟୁ- ବୁକ୍ ଗାଇଡଲାଇନ୍ ଅନୁସାରେ ରାଷ୍ଟ୍ରପତିଙ୍କ କାରକେଡ ତାଙ୍କ ଗନ୍ତବ୍ୟସ୍ଥଳକୁ ଯିବ । ପ୍ରୋଟୋକଲ ଅନୁସାରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବିଶିଷ୍ଠ ବ୍ୟକ୍ତି ବିମାନବନ୍ଦରେ ମହାମହିମଙ୍କୁ ସ୍ୱାଗତ କରିବେ ।