ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଗାଁ ଗହଳିକୁ ଯାଇ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଆହ୍ୱାନ ଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୬/୦୭: ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ଅତୁଟ ବନ୍ଧନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସରକାରୀ ମେଡିକାଲ କଲେଜରେ ପଢୁଥିବା ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହି ସଂସ୍ଥା ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି । ଅନୁଷ୍ଠାନର ଏଭଳି ସେବାମୂଳକ କାମକୁ ପ୍ରଶଂସା କରିଛନ୍ତି ରାଷ୍ଟ୍ରପତି । ବଣ ମଲ୍ଲିକୁ ବଣରେ ମଉଳିବାକୁ ଦେଇନଥିବାରୁ ସଂସ୍ଥାର ପୃଷ୍ଠ ପୋଷକଙ୍କୁ ଧନ୍ୟବାଦ ଦେଇଛନ୍ତି । ସେହିପରି ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଗାଁ ଗହଳିକୁ ଯାଇ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଆହ୍ୱାନ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।