ବାଦାମପାହାଡ ଷ୍ଟେସନରୁ ୩ଟି ନୂଆ ଟ୍ରେନକୁ ଶୁଭାରମ୍ଭ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୧/୧୧: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବାଦାମପାହାଡ ଷ୍ଟେସନରୁ ୩ଟି ନୂଆ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ । ରାଷ୍ଟ୍ରପତି ବାଦାମପାହାଡ ଷ୍ଟେସନରୁ ଟ୍ରେନରେ ବସି ରାଇରଙ୍ଗପୁର ଯିବା କାର୍ଯ୍ୟକ୍ରମ ରହିଛି । ଆଜି ସକାଳେ ରାଷ୍ଟ୍ରପତି ପାହାଡପୁରରେ ପହଞ୍ଚି ମୁର୍ମୁ ଛକରେ ସ୍ୱର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତି ଉନ୍ମୋଚନ କରିଥିଲେ । ସ୍ୱାମୀଙ୍କ ପ୍ରତିମୂର୍ତିରେ ମାଲ୍ୟର୍ପଣ କରି ଭାବବିହ୍ୱଳ ହୋଇଛନ୍ତି ରାଷ୍ଟ୍ରପତି । ଏହାପରେ ଏଲ୍ଆଣ୍ଡଟି ଦ୍ୱାରା ପରିଚାଳିତ ହେବାକୁ ଥିବା ଦକ୍ଷତା ବିକାଶ କେନ୍ଦ୍ରକୁ ଉଦଘାଟନ କରିଛନ୍ତି ।