ଡୋପ୍‌ ଟେଷ୍ଟରେ ବିଫଳ, ୪ ବର୍ଷ ପାଇଁ ବାସନ୍ଦ ହେଲେ ଦୂତି

ଭୁବନେଶ୍ବର,୧୮/୦୮: ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ଡୋପ୍‌ ଟେଷ୍ଟରେ ବିଫଳ ହୋଇ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି। ଚଳିତ ବର୍ଷ ଜାନୁଆରି ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଲାଗୁ ହେବ। ଏହି ତାରିଖଠୁ ବର୍ତ୍ତମାନ ମଧ୍ୟରେ ଦୂତି ଯେଉଁ ଇଭେଣ୍ଟଗୁଡ଼ିକରେ ଅଂଶଗ୍ରହଣ କରିଥିବେ, ତାହାର ପ୍ରଦର୍ଶନଗୁଡ଼ିକୁ ଅଯୋଗ୍ୟ ଘୋଷଣା କରାଯିବ ବୋଲି ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ୍‌ ପକ୍ଷରୁ ସୂଚନା ମିଳିଛି। ତଥାପି ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍‌ ପ୍ୟାନେଲ୍‌ (ଏଡିଏପି) ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଦୂତିଙ୍କୁ ଗତବର୍ଷ ଡିସେମ୍ବର ୫ ଓ ୨୬ ତାରିଖରେ ନାଡାର ଡୋପ୍‌ ନିୟନ୍ତ୍ରକ ଅଧିକାରୀଙ୍କ ଦ୍ବାରା ଭୁବନେଶ୍ବରରେ ଦୁଇଥର ପରୀକ୍ଷା କରାଯାଇଛି। ପ୍ରଥମ ନମୁନାରେ ନିଷିଦ୍ଧ ଔଷଧ ଆଣ୍ଡାରିନ୍‌, ଓଷ୍ଟାରିନ୍‌ ଓ ଲିଗାଣ୍ଡ୍ରୋଲ୍‌ ଆସିଥିଲା ବେଳେ ଦ୍ବିତୀୟ ନମୁନାରେ ଆଣ୍ଡାରିନ୍‌ ଓ ଓଷ୍ଟାରିନ୍‌ ଥିବା ସ୍ପଷ୍ଟ ହୋଇଥିଲା।