ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ଟାସ୍କଫୋର୍ସ ପୁର୍ନଗଠନ

ଭୁବନେଶ୍ୱର,୧୭/୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଆଜି ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ପୁର୍ନଗଠନ ସହ ୬ଟି ଥିମେଟିକ୍ ସବକମିଟି ଗଠନ କରାଯାଇଛି । ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି।

ଏହି ଟାସ୍କଫୋର୍ସରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ, ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ,ଅର୍ଥ ବିଭାଗର ପ୍ରମୁଖ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ, ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ପ୍ରମୁଖ ସଚିବ, ଉଚ୍ଚଶିକ୍ଷା ବିଭାଗର ସଚିବ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଭୁବନେଶ୍ୱରସ୍ଥିତ ରିଜିଓନାଲ ଇନଷ୍ଟିଚ୍ୟୁଟ୍ ଅଫ ଏଜୁକେସନର ପ୍ରନ୍ସିପାଲଙ୍କୁ ଏକ୍ସଅଫିସୋ ସଦସ୍ୟ ଭାବେ ସାମିଲ କରାଯାଇଛି ।

Leave a Reply

Your email address will not be published. Required fields are marked *