ପରୀକ୍ଷା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୪/୧: ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ପରୀକ୍ଷା ହେବ କି ନାହିଁ ସବୁ ଦ୍ଵନ୍ଦରେ ରହିଛନ୍ତି। ଏବେ କରୋନା ତଳମୁହାଁ ହେଉଛି ଓ ବର୍ତ୍ତମାନ ତର୍ଜମା ଚାଲିଛି । ଦଶମ ଓ ଦ୍ଵାଦଶ ପରୀକ୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଛାତ୍ରଛାତ୍ରୀମାନେ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବା ଆବଶ୍ୟକ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରାମର୍ଶ ଦେଇଛନ୍ତି ।