ଆସନ୍ତା ୨୬ ରେ ସ୍କୁଲ୍ ଖୋଲିବା ନେଇ କଣ କହିଲେ ଗଣଶିକ୍ଷା ମନ୍ତ୍ରୀ?

ଭୁବନେଶ୍ୱର, ୨୨/୭: ରାଜ୍ୟରେ କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଥିବାରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । କରୋନା ସଂକ୍ରମଣ ଯୋଗୁ ସବୁ ସ୍କୁଲ ଓ କଲେଜ ବନ୍ଦ ରହିଥିଲା। ଏହାର ପ୍ରଭାବରେ ଛାତ୍ରଛାତ୍ରୀଙ୍କ ପାଠ ପଢା ଉପରେ ବେଶ ପ୍ରଭାବ ପଡିଛି । ତେଣୁ ଆସନ୍ତା ୨୬ ରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ୨୬ ରେ ସ୍କୁଲ୍ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଟିକାକରଣରେ ଶିକ୍ଷକଙ୍କୁ ଅଗ୍ରାଧିକାର ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରିଛୁ । ଏହାସହ ସ୍କୁଲ୍ ଆସିବାକୁ ହେଲେ ଅଭିଭାବକଙ୍କ ଅନୁମତି ଆବଶ୍ୟକ ରହିଛି ।ସେହିପରି ଅନ୍ୟପଟେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ ମଧ୍ୟ ଜୁଲାଇ ୨୬ରେ ଖୋଲିବ ।