ଲୋକସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ,୨୦/୦୩: ଲୋକସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଦାଖଲ ହେବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ନିର୍ବାଚନ କମିସନ୍ । ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ୧୯ ଏପ୍ରିଲରେ ଭୋଟ୍ ଗ୍ରହଣ ହେବ। ଏଥିପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ୧୦୨ଟି ଆସନ ଭିତରେ ତାମିଲନାଡୁର ୩୯, ରାଜସ୍ଥାନର ୧୨ଟି ମଧ୍ୟପ୍ରଦେଶର ୬ଟି ସିଟ୍ ଏବଂ ବିହାର ୪ଟି ଆସନ ରହିଛି । ଗତ ୧୬ ମାର୍ଚ୍ଚରେ ସାମ୍ବାଦିକ ସମ୍ମିଳନୀରେ ଲୋକସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିସନ୍ ।