ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ ୪୮.୪୪ ପ୍ରତିଶତ ଭୋଟିଂ

ଭୁବନେଶ୍ୱର, ୨୫/୦୫: ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ ୪୮.୪୪ ପ୍ରତିଶତ ଭୋଟିଂ ହୋଇଛି । ତା ସହିତ ରାଜ୍ୟରେ ସୁରୁଖରରେ ନିର୍ବାଚନ ଚାଲିଛି । ଅପରାହ୍ନରେ ଆହୁରି ମତଦାନ ସଂଖ୍ୟା ବଢିପାରେ ବୋଲି କହିଛନ୍ତି ନିର୍ବାଚନ ଅଧିକାରୀ । ତେବେ ଅପରାହ୍ନ ୬ଟା ଭିତରେ ଭୋଟରଙ୍କୁ ଭୋଟ ପାଇଁ ସୁଯୋଗ ମିଳିବ ବୋଲି କୁହାଯାଇଛି । ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯିବ ବୋଲି କହିଛନ୍ତି ଆଇନ୍ ଶୃଙ୍ଖଳା ଅତିରିକ୍ତ ଡିଜିପି ସଞ୍ଜୟ କୁମାର ।