ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା

ଭୁବନେଶ୍ୱର, ୩/୧: ରାଜ୍ୟରେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସବୁ ମ୍ୟୁନିସିପାଲ କମିସନର ଓ ଜିଲ୍ଲାପାଳଙ୍କୁ ଚିଠି ଦେଇଛନ୍ତି। ୨୦୧୧ ଜନଗଣନା ଅନୁଯାୟୀ  ୫ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ  ସୀମା ପୁନଃ ନିର୍ଦ୍ଧାରଣ ହେବ। ଅଣସୂଚିତ ଅଞ୍ଚଳରେ ରହିବନି ଓବିସି ସଂରକ୍ଷଣ । ଜାନୁଆରି ୫ ସୁଦ୍ଧା ମହାନଗର ନିଗମର ସୀମା ପୁନଃ ନିର୍ଦ୍ଧାରଣ ତାଲିକା ପ୍ରସ୍ତୁତ ହେବାକୁ ଥିବା ବେଳେ ଜାନୁଆରି ୭ ସୁଦ୍ଧା ପ୍ରକାଶ ପାଇବ ସଂରକ୍ଷଣ ଚିଠା ତାଲିକା ।