ପୌର ନିର୍ବାଚନ ପାଇଁ ସରକାର ପ୍ରସ୍ତୁତ

ଭୁବନେଶ୍ୱର, ୨୩/୨: ପୌର ନିର୍ବାଚନ ପାଇଁ ରାଜନୈତିକ ମାହୋଲ ସରଗରମ ଅଛି । ଏହାରିମଧ୍ୟରେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି। ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ବି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଜରିଆରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଜଣାଇଲେ ସରକାର ।୪୮ ପୌର ପରିଷଦ, ୫୯ ବିଜ୍ଞାପିତ ଅଞ୍ଚଳ ପରିଷଦ, ୩ ମହାନଗରରେ  ମତଦାନ ହେବ।