ନିର୍ବାଚନ ପାଇଁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନର

ଭୁବନେଶ୍ୱର,୮/୦୨: ନିର୍ବାଚନ ପାଇଁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନର । ଏହି ଗସ୍ତ ଅବସରରେ ନିର୍ବାଚନ କମିସନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ । ଆସନ୍ତା ୧୫ ତାରିଖରୁ ଆରମ୍ଭ କରି ୧୭ ତାରିଖ ଯାଏଁ ଓଡିଶା ଗସ୍ତରେ ରହିବେ ନିର୍ବାଚନ କମିସନ । ତେବେ ଖୁବଶୀଘ୍ର ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଛି । କିଛି ରାଜ୍ୟରେ ଲୋକସଭା ସହିତ ରାଜ୍ୟ ବିଧାନସଭା ନିର୍ବାଚନ ମଧ୍ୟ ହେବ । ତେଣୁ ଏହା ପୂର୍ବରୁ ନିର୍ବାଚନ କମିସନ ନିର୍ବାଚନ ହେବାକୁ ଥିବା ରାଜ୍ୟକୁ ଯାଇ ପ୍ରସ୍ତୁତି ସମୀକ୍ଷା କରୁଛନ୍ତି । ଏହା ପୂର୍ବରୁ ଆନ୍ଧ୍ର ପ୍ରଦେଶ ଗସ୍ତରେ ଯାଇ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଥିଲେ ନିର୍ବାଚନ ଆୟୋଗ । ଏହାପରେ ଏବେ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନ ।