ଏନକାଉଣ୍ଟରରେ ୫ ଆତଙ୍କବାଦୀ ସଫା

ନୂଆଦିଲ୍ଲୀ,୧୬/୦୬: ଭାରତୀୟ ସେନାକୁ ମିଳିଛି ବଡ ସଫଳତା । ଗୁରୁବାର ରାତିରେ ଜମ୍ମୁ ଓ କଶ୍ମୀରର କୁପୱାରା ଜିଲ୍ଲାରେ ଆରମ୍ଭ ହୋଇଥିବା ଏନକାଉଣ୍ଟରରେ ୫ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିିଳିଛି ।ସେନା ଓ ପୁଲିସର ମିଳିତ ଟିମ୍‌ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏହି ଗୁଳିବିନିମୟ ହୋଇଥିଲା। ଏବେ ମଧ୍ୟ ସେ ଅଞ୍ଚଳରେ ତଲାସ ଅଭିଯାନ ଚାଲୁ ରହିଛି ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି। ସୂଚନା ମୁତାବକ ଫେବ୍ରୁଆରି ମାସରୁ ଏଯାବତ୍‌ ନିୟନ୍ତ୍ରଣ ରେଖା ଅଞ୍ଚଳରେ ୧୦ଟି ପ୍ରମୁଖ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରାଯାଇଛି।