ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ

ଭୁବନେଶ୍ୱର,୨୧/୪: ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଖି ବୁଜିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ତ୍ରିଲୋଚନ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।୧୯୭୧ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋବିନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୪ ମସିହାରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।