ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ, ୭ ଶିଶୁ ମୃତ

ନୂଆଦିଲ୍ଲୀ,୨୬/୦୫: ରାଜଧାନୀ ଦିଲ୍ଲୀରେ ଘଟିଛି ଲୋମହାର୍ଷକରି ଘଟଣା। ସେଠାରେ ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଯୋଗୁଁ ୭ ଜଣ ଶିଶୁଙ୍କ ଜୀବନ ଚାଲିଯାଇଛି । ଶନିବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ନିଆଁ ଲାଗିବା ଖବର ଜଣାପଡ଼ିବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ୧୨ ଜଣ ଶିଶୁଙ୍କୁ ଡାକ୍ତରଖାନାରୁ ଉଦ୍ଧାର କରାଯାଇଥିଲା । ତେବେ ସେଥିରୁ ୭ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଶିଶୁମାନଙ୍କ ଚିକିତ୍ସା ଜାରି ରହିଛି । ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାର କାରଣ ସ୍ପଷ୍ଟ ହୋଇ ନାହିଁ । ଏହି ଘଟଣାର ତଦନ୍ତ ଚାଲିଛି ।