ଟ୍ୱିନି ସିଟିରେ ଘନ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର,୧୩/୧୨: ଟ୍ୱିନି ସିଟି କଟକ-ଭୁବନେଶ୍ୱରରେ ଆଜି ସକାଳୁ ଘନ କୁହୁଡି ପଡିଛି। ଚାରିଆଡେ ଘନ କୁହୁଡ଼ିର ଆସ୍ତରଣ। ଘନ କୁହୁଡି ଯୋଗୁ ୫୦ ମିଟର ଦୂରରୁ କିଛି ଦେଖି ହେଉନାହିଁ। ସ୍ଥାନେ ସ୍ଥାନେ ମୁହଁକୁ ମୁହଁ ବି ଚିହ୍ନି ହେଉନି। ଘନ କୁହୁଡି ଯୋଗୁଁ ଗାଡ଼ି ଚାଳକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଗତ ଦୁଇ ଦିନ ହେଲା ରାଜ୍ୟରେ ଶୀତ ସାମାନ୍ୟ କମିଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ଗତ ରାତିରେ ସର୍ବନିମ୍ନ ତାପମାତ୍ରା ୧୭.୭ ଡିଗ୍ରି ଓ କଟକର ରହିଥିଲା ୧୭ ଡିଗ୍ରି। ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରି ଓ ସର୍ବାଧିକ ତାପମାତ୍ରା ୩୨ ଡିଗ୍ରି ମଧ୍ୟରେ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।