ଭୁବନେଶ୍ୱର,୨୧/୦୩: ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ହେଲା ସେ କ୍ୟାନସରରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । କେନ୍ଦ୍ରାପଡ଼ା କଂଗ୍ରେସର ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ ଦେବେନ୍ଦ୍ର ଶର୍ମା । ୨୦୧୪ ନିର୍ବାଚନରେ ଦେବେନ୍ଦ୍ର ଶର୍ମା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଦେବେନ୍ଦ୍ରଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି କଂଗ୍ରେସର ଅନେକ ନେତା ।