ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ହତ୍ୟା

ଭୁବନେଶ୍ୱର, ୨୭/୬: ସମ୍ବଲପୁରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ପ୍ରଫେସର ଧ୍ରୁବରାଜ ନାଏକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସୂଚନାଯୋଗ୍ୟ ଯେ ଝାରସୁଗୁଡ଼ା ଲାଇକେରା ଅଞ୍ଚଳରେ ତାଙ୍କୁ ଆକ୍ରମଣ ହୋଇଥିଲା । ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତି କରାଯାଇଥିଲା। ପରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଘୋଷଣା କରିଛନ୍ତି ଡାକ୍ତର ।