ରାଜ୍ୟରେ ପୁଣିଥରେ ୧୦୦ ଉପରକୁ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୯/୩: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୪ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୫ ହଜାର ୯୨୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୭୦୫ ଜଣ ଚିକିତ୍ସାଧୀନ ଅଛନ୍ତି।