ସ୍ନାନପୂର୍ଣ୍ଣିମା ଛେରାପହଁରା ନୀତି କରିବାକୁ ଆସିବେନି ଗଜପତି

ପୁରୀ, ୨୩/୬: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ହେବ। ସ୍ନାନପୂର୍ଣ୍ଣିମା ଛେରାପହଁରା ନୀତି କରିବାକୁ ଗଜପତି ଦିବ୍ୟସିଂହ ଦେବ ଆସିବେନି । ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖି ସୂଚନା ଦେଇଛନ୍ତି ଗଜପତି ମହାରାଜ ।ଏହାସହ କୋଭିଡ ନିୟମ ଅନୁପାଳନ କରିବା ନେଇ ନିଷ୍ପତ୍ତି ନେଇଛନ୍ତି । ପରମ୍ପରା ଅନୁଯାୟୀ ମୁଦିରସ୍ତ କରିବେ ଛେରାପହଁରା । ଉଲ୍ଲେଖଯୋଗ୍ୟ ଯେ ଗତବର୍ଷ ମଧ୍ୟ ଆସିନଥିଲେ ଗଜପତି ।