ଏସିଆନ୍ ଗେମ୍ସରେ ଭାରତ ହାତେଇଲା ୧୦୦ ପଦକ

ନୂଆଦିଲ୍ଲୀ, ୦୭/୧୦: ଇତିହାସ ରଚିଲା ଭାରତ। ଏସିଆନ୍ ଗେମ୍ସରେ ଭାରତ ହାତେଇଛି ୧୦୦ ପଦକ । ପ୍ରଥମ ଥର ପାଇଁ ଭାରତ ୧୦୦ ପଦକ ଜିତିଛି । ୧୦୦ ପଦକ ସହ ତାଲିକାର ଚତୁର୍ଥ ସ୍ଥାନରେ ଭାରତ ରହିଛି । ଭାରତକୁ ୨୫ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ମିଳିଛି ।

ସେହିପରି ତୀରନ୍ଦାଜୀରେ ଭାରତକୁ ୪ଟି ପଦକ ମିଳିଛି । ପୁରୁଷ କମ୍ପାଉଣ୍ଡ ଇଭେଣ୍ଟରେ ଓଜାସ ପ୍ରବୀଣ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଓଜାସଙ୍କ ଠାରୁ ହାରି ଅଭିଷେକ ରୌପ୍ୟରେ ସନ୍ତୁଷ୍ଟ ହୋଇଛନ୍ତି । ଅନ୍ୟପକ୍ଷରେ ତୀପନ୍ଦାଜୀରେ ଜ୍ୟୋତି ସୁରେଖା ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ମହିଳା କମ୍ପାଉଣ୍ଡ ଇଭେଣ୍ଟରେ ଜ୍ୟୋତି ସ୍ୱର୍ଣ୍ଣ ଜିତିଛନ୍ତି । ଏଥିରେ ସେ ଦକ୍ଷିଣ କୋରିଆ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇଛନ୍ତି । ସମାନ ବର୍ଗରେ ଅଦିତି ଗୋପୀଚାନ୍ଦ ବ୍ରୋଞ୍ଜ ଜିତିଛନ୍ତି ।