ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ଅଛି ଦାମ୍ ?

ଭୁବନେଶ୍ୱର,୦୮/୦୪: ସୁନା କିଣିବାକୁ ଥିବା ଗ୍ରାହକଙ୍କ ପାଇଁ ଖୁସି ଖବର । ପୁଣି ଶସ୍ତା ହେଲା ସୁନା । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୬୦୦ ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୬୫୦ ଟଙ୍କା କମିଛି । ଲଗାତାର ଉପରମୁହାଁ ହେଉଥିବା ସୁନା ଦରରେ ବ୍ରେକ୍ ପରେ ଏବେ ତଳମୁହାଁ ହୋଇଛି ସୁନା ଦର। ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୦,୩୮୦ ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୫୦ ଟଙ୍କା ହ୍ରାସ ପାଇବା ସହ ୮୯,୭୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୦୦ ଟଙ୍କା ହ୍ରାସ ଘଟି ୮୨,୮୫୦ ଟଙ୍କାରୁ ୮୨,୨୫୦ ଟଙ୍କା ରହିଛି । ତେବେ ଗତ ୫ ଦିନରେ ୨୨ କ୍ୟାରେଟ୍‌ର ସୁନା ଦାମ କମିଲାଣି ୩,୩୫୦ ଟଙ୍କା । ତେବେ ଆଜି ରୂପା ଧାତୁ ମୂଲ୍ୟ ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ରୂପା କେଜି ପିଛା ମୂଲ୍ୟ ୧,୦୩,୦୦୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *