ରାଜ୍ୟପାଳ‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ପରଲୋକ

ଭୁବନେଶ୍ୱର, ୨୩/୧୧: ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ଗତକାଲି ରାତିରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ନଭେମ୍ବର ୧ରେ କୋରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ସୁଶୀଳା ଦେବୀ ।