ନୂଆଖାଇ ଛୁଟି, ସେପ୍ଟେମ୍ବର ୯ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ-ଶିକ୍ଷାନୁଷ୍ଠାନ

ଭୁବନେଶ୍ବର,୨୯/୦୮: ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ନୂଆଖାଇ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ପାଳନ ହେବ। ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଦିନକୁ ସରକାରୀ ସ୍ତରରେ ଛୁଟି ଘୋଷଣା କରାଯାଇଛି। ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା ‌କରିଛନ୍ତି।

ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ ଆସନ୍ତା ସେପ୍ଟେମ୍ବର ୮ ତାରିଖରେ ପାଳନ ହେବ। ଏହି ଦିନ ରବିବାର ପଡୁଥିବାରୁ ସେପ୍ଟେମ୍ବର ୯ ତାରିଖ ଦିନ (ସୋମବାର) ସରକାରୀ ଛୁଟି ରହିବ। ଫଳରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ, ବିଶ୍ବବିଦ୍ୟାଳୟ ଓ ମାଜିଷ୍ଟ୍ରିଆଲ କୋର୍ଟ ବନ୍ଦ ରହିବ।